Recent photo 1753206262

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ଘୋଷଣା କରିଛନ୍ତି। ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୮ ପ୍ରତିଶତରୁ ୬୦ ପ୍ରତିଶତକୁ ବୃଦ୍ଧି ହୋଇଛି। ଏହା ୨୦୨୬ ଜାନୁଆରୀ ଆରମ୍ଭରୁ ପିଚ୍ଛିଲା ଭାବରେ ଲାଗୁ ହେବ।

ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ମେ ମାସ ଦରମାରେ ନଗଦ ଆକାରରେ ମିଳିବ। ଏହା ସହ ପେନ୍‌ସନ ଭୋଗୀ ମାନଙ୍କ ଟି.ଆଇରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ମେ ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ରାଜ୍ୟର ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

Share