Tempreture

ଭୁବନେଶ୍ୱର : ୨୯ ଯାଏଁ ତାତିରୁ ନିସ୍ତାର ନାହିଁ । ଆଉ ୫ ଦିନ ତତଲା ତାୱାରେ ଭାଜି ହେବ ଓଡ଼ିଶା । ବିଭିନ୍ନ ଜିଲ୍ଲାକୁ ରେଡ୍, ଅରେଞ୍ଜ ଏବଂ ୟେଲୋ ଆଲର୍ଟ । ପଶ୍ଚିମ ଓଡ଼ିଶାରେ ଆକାଶରୁ ଅଗ୍ନି ବର୍ଷା ଜାରି ରହିବ । ଆଜି ସମ୍ବଲପୁର, ବଲାଙ୍ଗର ଓ ବୌଦ୍ଧ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । ଝାରସୁଗୁଡ଼ା, ସୋନପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଆଇଏମଡି । ଉପକୂଳ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି ।

ସେହିପରି ଆସନ୍ତାକାଲି ସମ୍ବଲପୁର, ବଲାଙ୍ଗିର ଓ ବୌଦ୍ଧ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ଝାରସୁଗୁଡ଼ା, ସୋନପୁର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଳାକୁ ୟେଲୋ ଆଲର୍ଟ ଜାରି ହୋଇଛି । ପଶ୍ଚିମ ଓଡ଼ିଶାରେ ୪୫ ଡିଗ୍ରୀ ଉପରେ ରହୁଛି ତାପମାତ୍ରା। ଉପକୂଳ ଓଡ଼ିଶାରେ ତାପାମତ୍ରା କିଛିଟା କମ ରହୁଥିବା ବେଳେ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି । ଆର୍ଦ୍ରତା ଯୋଗୁଁ ପ୍ରବଳ ଗୁଳୁଗୁଳି ହେଉଛି ।

ଆସନ୍ତା ୨୯ ଯାଏଁ ଏମିତି ସ୍ଥିତି ଲାଗି ରହିବ । ତେବେ ୨୮ ରୁ କୌଣସି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ନାହିଁ । ସେପଟେ ଉତ୍ତର ଉପକୂଳ ଓଡ଼ିଶାର ସମୁଦ୍ର ଉପକୂଳବର୍ତ୍ତୀ ଅଂଚଳରେ ୪୦ ରୁ ୫୦ ସର୍ବାଧିକ ୬୦ କିମି ପବନ ବହିବାର ସମ୍ଭାବନା ରହିଛି । ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ୨୮ ଓ ୨୯ ଦୁଇ ଦିନ ମସ୍ଥ୍ୟଜୀବିଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

Share