Rain

ଭୁବନେଶ୍ବର: ରାଜ୍ୟରେ ପ୍ରବଳ ବର୍ଷିବ ।  ୨୪ ତାରିଖ ଯାଏ ପୂରା ଓଡ଼ିଶାକୁ କାଳବୈଶାଖୀ ଆଲର୍ଟ ଜାରି ।  ଆଜି ପାଇଁ ପୁରା ରାଜ୍ୟକୁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ ଏବଂ ବାଲେଶ୍ବରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରାଯାଇଛି । କିଛି କିଛି ସ୍ଥାନରେ ଘଣ୍ଟା ପ୍ରତି ୪୦- ୫୦ ଏବଂ କିଛି ସ୍ଥାନରେ ୫୦-୬୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ପାଇଁ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପ୍ରବଳ ପବନ ପାଇଁ ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।  ଆସନ୍ତା ୭ ଦିନ ପର୍ଯ୍ୟନ୍ତ ଦିନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ।

ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ ମଧ୍ୟ ଆଲର୍ଟ ଜାରି କରାଯାଇଥିଲା । ସାରା ରାଜ୍ୟରେ ବର୍ଷିବ ବୋଲି ସୂଚନାଥିଲା । ପୂରା ଓଡ଼ିଶାକୁ ଜାରି ହୋଇଥିଲା ୟେଲୋ ଆଲର୍ଟ । କାଳବୈଶାଖୀ ନେଇ ପୁରା ଓଡ଼ିଶାକୁ ଆଲର୍ଟ ଜାରି କରିଥିଲା ପାଣିପାଗ ବିଭାଗ ।

Share