302

ବାଲେଶ୍ୱର : ବାଲେଶ୍ୱରରେ ଗୁରୁବାର ଏକ ବଡ ଘଟଣା ଘଟିଛି। ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଡର ବଜାରରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା ହୋଇଛି। ପ୍ରାୟ ୮ ରାଉଣ୍ଡ ଗୁଳି ଫୁଟାଇ ୨ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି। ଗୁଳି ଫୁଟିଥିବା ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ଏଥିରେ ବ୍ୟବସାୟୀଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। କିଏ ଓ କାହିଁକି ଗୁଳିମାଡ କରିଛି, ତାହା ଅସ୍ପଷ୍ଟ ରହିଛି। ଖବର ପାଇ ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

Share