ପୁରୀ: ପୁରୀ ଘୋଷଯାତ୍ରା ସମୟରେ ଦଳାଚକଟା ଓ ଶ୍ବାସରୁଦ୍ଧ ହୋଇ ମୃତ୍ୟୁ ଘଟଣା । ଏହାକୁ ଗୁରୁତର ସହ ନେଇଛନ୍ତି ରାଜ୍ୟ ମାନବାଧିକାର କମିଶନ । ଏନେଇ ସେ ରାଜ୍ୟ ଗୃହ ବିଭାଗର ପ୍ରମୁଖ ସଚିବ ଏବଂ ପୁରୀ ଜିଲ୍ଲାପାଳଙ୍କୁ ଜବାବ ତଲବ କରିଛନ୍ତି । ଘଟଣାରେ ଆହତ ହୋଇଥିବା ସମସ୍ତଙ୍କୁ ଉପଯୁକ୍ତ ଓ ଉନ୍ନତ ଚିକିତ୍ସା ସେବା ଯୋଗାଇ ଦେବାକୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।
ଆଇନଜୀବୀ ନିଶିକାନ୍ତ ମିଶ୍ର ଦାଖଲ କରିଥିବା ଆବେଦନକୁ ବିଚାର କରି ରାଜ୍ୟ ମାନବାଧିକାର କମିଶନ ଏହି ନିର୍ଦ୍ଦେଶ ଜାରି କରିଛନ୍ତି । ରାଜ୍ୟ ମାନବାଧିକାର କମିଶନ ଆହୁରି ଆଗାମୀ ବାହୁଡ଼ା ଯାତ୍ରାକୁ ସୁରକ୍ଷିତ ଓ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ରାଜ୍ୟ ଗୃହ ବିଭାଗ, ପୁରୀ ଜିଲ୍ଲାପାଳ ଓ ଏସପିଙ୍କୁ ମଧ୍ୟ କମିଶନ ପୃଥକ ଚିଠି ଲେଖି ଆବଶ୍ୟକ ପଦକ୍ଷେପ ନେବାକୁ କହିଛନ୍ତି ।

