ବୃଦ୍ଧି ପାଉଛି ହୀରାକୁଦ ଜଳସ୍ତର, ଖୋଲିଲା ଆଉ ୨ ଗେଟ୍

FLOOD V (1)

ଭୁବନେଶ୍ୱର : ହୀରାକୁଦ ଜଳଭଣ୍ଡାରର ୧୭ ଗେଟ୍ ଖୋଲା । ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ । ପୂର୍ବରୁ ୧୫ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା । ଜଳସ୍ତର ବୃଦ୍ଧି ଯୋଗୁଁ ଆଉ ୨ଟି ଗେଟ୍ ଖୋଲାଯାଇଛି । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୯.୮୭ ଫୁଟ ରହିଛି । ଉପର ମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ଅଧିକ ଗେଟ୍ ଖୋଲାଯାଇଛି । ଯେଉଁଥିରୁ ବାମପାର୍ଶ୍ୱର ୧୧ଟି ଓ ଡାହାଣପାର୍ଶ୍ୱର ୬ଟି ଗେଟ୍ ଦେଇ ପାଣି ନିଷ୍କାସନ କରାଯାଉଛି। ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୩ଲକ୍ଷ୧୬ହଜାର ୫୦୯ କ୍ୟୁସେକ୍ ପାଣି ପ୍ରବେଶ କରୁଥିବା ବେଳେ ୨ ଲକ୍ଷ ୬୮ହଜାର ୮୩୦ କ୍ୟୁସେକ୍ ପାଣି ନିଷ୍କାସନ କରାଯାଉଛି।

ସେହିପରି ଗତକାଲି ହୀରାକୁଦ ଜଳଭଣ୍ଡାରର ୧୦ ଗେଟ୍ ଖୋଲାହୋଇଥିଲା । ୧୦ଟି ଗେଟ୍ ଦେଇ ନିଷ୍କାସିତ ହେଉଥିଲା ବନ୍ୟା ଜଳ । ଗତକାଲି ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୯.୮୭ ଫୁଟ ରହିଥିଲା । ଉପର ମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ଅଧିକ ଗେଟ୍ ଖୋଲାଯାଇଥିଲା । ଯେଉଁଥିରୁ ବାମପାର୍ଶ୍ୱର ୭ଟି ଓ ଡାହାଣପାର୍ଶ୍ୱର ୩ଟି ଗେଟ୍ ଦେଇ ପାଣି ନିଷ୍କାସନ କରାଯାଉଥିଲା । ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୨ଲକ୍ଷ୧ହଜାର ୭୧୦ କ୍ୟୁସେକ୍ ପାଣି ପ୍ରବେଶ କରୁଥିବା ବେଳେ ୧ ଲକ୍ଷ ୪୪ହଜାର ୫୦୯ ହଜାର କ୍ୟୁସେକ୍ ପାଣି ନିଷ୍କାସନ କରାଯାଉଥିଲା ।

Share