ଭୁବନେଶ୍ୱର : ସପ୍ତାହେ ପ୍ରବଳ ବର୍ଷିବ । ୨୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ଆଜି ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି କାଲି ଏବଂ ୨୩ ତାରିଖ ଦୁଇ ଦିନ ଅଧା ଓଡ଼ିଶାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୨୪ ତାରଖଠୁ ବଢ଼ିବ ବର୍ଷା । ୨୭ ତାରିଖ କେନ୍ଦୁଝର ଏବଂ ମୟୂରଭଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଅନ୍ୟପଟେ ଆସୁଛି ଆଉ ଏକ ଲଘୁଚାପ ! । ଆସନ୍ତା ୨୨ ଓ ୨୩ ଆଡ଼କୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।
