ଉଦଳା : ରକ୍ତମୁଖା ସାଜିଲା ଶ୍ବଶୁର । ଲୁହା ରଡ଼ରେ ବାଡ଼େଇ ବାଡ଼େଇ ଜ୍ବାଇଁକୁ ମାରିଦେଲା । ମୟୂରଭଞ୍ଜ କପ୍ତିପଦା ଥାନା ମଝିଗଡିଆ ମଥୁରାସାହି ଗାଁରେ ଏପରି ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ରମେଶ ବିନ୍ଧାଣୀ । ରମେଶ ତାଙ୍କ ଶ୍ୱଶୁର ଘର ମଥୁରାସାହିରେ ସ୍ତ୍ରୀ ଭାରତୀ ହେମ୍ବ୍ରମଙ୍କ ସହିତ ରୁହନ୍ତି । ଯାହାକୁ ନେଇ ପୂର୍ବରୁ ରମେଶଙ୍କ ସାବତ ଶ୍ୱଶୁର ଦାମଦୋର ଅନେକ ଥର ବିରୋଧ କରି ଆସିଛନ୍ତି ।
ଗତକାଲି ରାତିରେ ଉଭୟ ଶ୍ବଶୁର ଓ ଜ୍ବାଇଁଙ୍କ ମଧ୍ୟରେ ବଚସା ହୋଇଥିଲା । ଉଭୟ ନିଶାସକ୍ତ ଅବସ୍ଥାରେ ରହିଥିବାବେଳେ ବଚସା ଉଗ୍ର ରୂପ ନେଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ଦାମୋଦର ରମେଶଙ୍କୁ ଏକ ଲୁହା ରଡ଼ରେ ଆକ୍ରମଣ କରିଥିଲେ । ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଉଦଳା ମେଡିକାଲରେ ଭର୍ତ୍ତି କରିଥିିଲେ । ଚିକିତ୍ସାଧୀନ ଅବସ୍ଥାରେ ରମେଶଙ୍କ ମୃତ୍ୟୁ ହୋଇଥିଲା । ଜ୍ବାଇଁକୁ ବଞ୍ଚାଇବାକୁ ଯାଇ ଝିଅ ଓ ନାତୁଣୀ ଗୁରୁତର ଆହତ ହୋଇଛନ୍ତି । ପୋଲିସ ମେଡିକାଲରେ ପହଞ୍ଚି ମୃତଦେହ ଜବତ କରିବା ସହିତ ତଦନ୍ତ କରୁଛି।
