ସ୍କ୍ରବଟାଇଫସ୍ ନିୟନ୍ତ୍ରଣ ପାଇଁ ପ୍ରତିଷେଧମୂଳକ ବ୍ୟବସ୍ଥାକୁ ଗୁରୁତ୍ବ, ଆତଙ୍କିତ ନହେବାକୁ ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କ ପରାମର୍ଶ

Mukesh mahalinga 680x430

ଭୁବନେଶ୍ଵର: ସ୍କ୍ରବ୍ ଟାଇଫସ୍‌କୁ ନେଇ ତତ୍ପର ହୋଇଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ। ଯେଉଁ ଅଞ୍ଚଳରେ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ ହେବେ, ସେଠାକୁ ଡାକ୍ତରୀ ଟିମ୍ ପଠାଯିବ। ରୋଗ ଯେପରି ଅନ୍ୟ ଅଞ୍ଚଳକୁ ନ ବ୍ୟାପେ, ସେଥିପାଇଁ ସଚେତନତା ସହ ନିୟନ୍ତ୍ରଣମୂଳକ ପଦକ୍ଷେପ ନିଆଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ଏହାକୁ ନିୟନ୍ତ୍ରଣ ପାଇଁ ଉଦ୍ୟମ ଆରମ୍ଭ ହୋଇଥିବା ବେଳେ, ରାଜ୍ୟରେ ଚିହ୍ନଟ ହୋଇଥିବା ସନ୍ଦିଗ୍ଧ ସ୍କ୍ରବ୍ ଟାଇଫସ୍ କ୍ଲଷ୍ଟରକୁ ନେଇ ଆତଙ୍କିତ ନହେବା ପାଇଁ ସ୍ବାସ୍ଥ୍ୟ ମନ୍ତ୍ରୀ ଜନସାଧାରଣଙ୍କୁ ଆଶ୍ୱାସନା ଦେଇଛନ୍ତି ।

ମନ୍ତ୍ରୀ କହିଛନ୍ତି ଯେ, ଯେଉଁ ସ୍ଥାନରେ ସ୍କ୍ରବ୍ ଟାଇଫସ୍ ଚିହ୍ନଟ ହେଉଛି, ସେଠାକୁ ଡାକ୍ତରୀ ଟିମ୍ ପଠାଇ ଆବଶ୍ୟକ ଚିକିତ୍ସା ଓ ନିରୀକ୍ଷଣ ବ୍ୟବସ୍ଥା କରାଯିବ। ସ୍କ୍ରବ୍ ଟାଇଫସ୍ ଚିକିତ୍ସା ଓ ନିୟନ୍ତ୍ରଣ ପାଇଁ ଗାଇଡଲାଇନ୍ ମଧ୍ୟ ପ୍ରସ୍ତୁତ ହୋଇଛି । ରୋଗୀ ଚିହ୍ନଟ, ଚିକିତ୍ସା ଏବଂ ଆବଶ୍ୟକ ପ୍ରତିଷେଧମୂଳକ ପଦକ୍ଷେପ ଉପରେ ଏହି ଗାଇଡଲାଇନ୍ ଅନୁଯାୟୀ କାର୍ଯ୍ୟ କରାଯିବ । ସ୍କ୍ରବ୍ ଟାଇଫସ୍ ଯେପରି ଅନ୍ୟ ଅଞ୍ଚଳକୁ ନବ୍ୟାପେ, ସେଥିପାଇଁ ପ୍ରତିଷେଧମୂଳକ ବ୍ୟବସ୍ଥାକୁ ଗୁରୁତ୍ବ ଦିଆଯାଉଛି । ରୋଗ ଚିହ୍ନଟ ହେଉଥିବା ଅଞ୍ଚଳରେ ଅଧିକ ଗୁରୁତ୍ବ ଦିଆଯିବ । ଏହା ସହ ଆବଶ୍ୟକ ସଚେତନତା ଓ ନିୟନ୍ତ୍ରଣ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି ।

Share