୨୧ରୁ ଓଡ଼ିଶା ପୋଲିସର ରାଜ୍ୟବ୍ୟାପୀ ‘ଦମନ’ ଅଭିଯାନ

Screenshot 2026 09 19

କଟକ: ଓଡ଼ିଶା ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଅଭିଯାନ ‘ଦମନ’ ଆରମ୍ଭ ହେବ । ଆଗାମୀ ପାର୍ବଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଶାନ୍ତି ଓ ଶୃଙ୍ଖଳା ବଜାୟ ରଖିବା ସହ ଅପରାଧୀ ଓ ଅସାମାଜିକଙ୍କ ଉପରେ କଡ଼ା ପଦକ୍ଷେପ ନେବା ପାଇଁ ଏହି ଅଭିଯାନ କରାଯିବ । ସେପ୍ଟେମ୍ବର ୨୧ରୁ ୩୦ ପର୍ଯ୍ୟନ୍ତ ଓଡ଼ିଶାରେ ‘ଦମନ’ ଅଭିଯାନ ଚାଲିବ। ଅପରାଧୀଙ୍କ ଉପରେ ନଜର, ଗିରଫ ପରୱାନା କାର୍ଯ୍ୟକାରୀ, ବେଆଇନ ମଦ ଓ ନିଶାଦ୍ରବ୍ୟ କାରବାର ବିରୋଧରେ ଚଢ଼ାଉକୁ ଗୁରୁତ୍ୱ ଦିଆଯିବ।

ବେଆଇନ ମଦ କାରବାର, ନିଶାଦ୍ରବ୍ୟ ଚାଲାଣ, ବେଆଇନ ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ କାରବାର ଉପରେ ସ୍ୱତନ୍ତ୍ର ନଜର ରଖାଯିବ। ବଳପୂର୍ବକ ଚାନ୍ଦା ଆଦାୟ ଏବଂ ସଂଗଠିତ ଅପରାଧ ବିରୋଧରେ ମଧ୍ୟ କଡ଼ା ଆଇନଗତ ପଦକ୍ଷେପ ନିଆଯିବ। ଅପରାଧୀଙ୍କ ଗତିବିଧି ରୋକିବା ପାଇଁ ସୀମାନ୍ତ ଅଞ୍ଚଳରେ ବ୍ଲକିଂ ଓ ବର୍ଡର ସିଲିଂ କରାଯିବ। ଜିଲ୍ଲା ପୋଲିସ, ରେଳବାଇ ପୋଲିସ, କମିଶନରେଟ୍ ପୋଲିସ ଓ ସମ୍ପୃକ୍ତ ପୋଲିସ ୟୁନିଟ୍‌ଗୁଡ଼ିକ ପରସ୍ପର ସମନ୍ୱୟରେ ଏହି ଅଭିଯାନକୁ କାର୍ଯ୍ୟକାରୀ କରିବେ।

 

Share