ବରଗଡ଼ ପାତିକାରପଲ୍ଲି ଗାଁରେ ଗୋଷ୍ଠୀ ସଂଘର୍ଷ, ୧୦ ଆହତ

Clash

ବରଗଡ଼: ବରଗଡ଼ ପାତିକାରପଲ୍ଲି ଗାଁରେ ଗୋଷ୍ଠୀ ସଂଘର୍ଷ। ଗୋଷ୍ଠୀ ସଂଘର୍ଷରେ ୧୦ ଜଣ ଆହତ । ସାମାନ୍ୟ କଥା କଟାକଟିକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ । ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ବିଳମ୍ବିତ ରାତିରେ ଗୋଷ୍ଠୀ ସଂଘର୍ଷ ହୋଇଛି । ସାମାନ୍ୟ କଥା କଟାକଟିକୁ କେନ୍ଦ୍ର କରି ଉଭୟ ପକ୍ଷ ମଧ୍ୟରେ ଗଣ୍ଡଗୋଳର ହୋଇଥିଲା । ଯାହା ପରବର୍ତ୍ତୀ ସମୟରେ ହିଂସାତ୍ମକ ରୂପ ନେଇଥିଲା ।

ଉଭୟ ଗୋଷ୍ଠୀର ଲୋକେ ଅସ୍ତ୍ରଶସ୍ତ୍ର ଧରି ପରସ୍ପରକୁ ଆକ୍ରମଣ କରିଥିଲେ। ଭୁଜାଲି ଓ ଛୁରୀ ମାଡ଼ରେ ୧୦ ଭାବେ ଆହତ ହୋଇଛନ୍ତି । ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ଉଦ୍ଧାର କରାଯାଇ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିବାରୁ ବୁର୍ଲା ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳକୁ ବରଗଡ଼ ଟାଉନ୍ ଥାନା ପୋଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବା ସହ ତଦନ୍ତ ଆରମ୍ଭ କରିଛି ।

Share