ଏହି ସମୟ ମଧ୍ୟରେ ଶିକ୍ଷାଦାନ, ଶ୍ରେଣୀଗୃହ କାର୍ଯ୍ୟ ଏବଂ ଅତ୍ୟାବଶ୍ୟକ ସେବା ବ୍ୟତୀତ ଅନ୍ୟ ସମସ୍ତ ପ୍ରଶାସନିକ କାର୍ଯ୍ୟ ବନ୍ଦ ରହିବ। ଛାତ୍ରୀମାନଙ୍କୁ ଶାନ୍ତି ବଜାୟ ରଖିବାକୁ ଏବଂ କଲେଜର ଅଫିସିଆଲ୍ ହ୍ୱାଟସ୍ଆପ୍ ଗ୍ରୁପ୍ ଓ ନୋଟିସ୍ ବୋର୍ଡ ମାଧ୍ୟମରେ କଲେଜ ଖୋଲିବା ସମ୍ପର୍କିତ ସୂଚନା ପାଇବାକୁ ପରାମର୍ଶ ଦିଆଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ନ ଆସିବା ପର୍ଯ୍ୟନ୍ତ ଏହି ବନ୍ଦ ଆଦେଶ ବଳବତ୍ତର ରହିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।
ଉଲ୍ଲେଖଯୋଗ୍ୟ ଯେ, ଓଡ଼ିଶାର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ଅକ୍ଟୋବର ୧୫ ତାରିଖରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଶୁକ୍ରବାର ଦିନ ପ୍ରାର୍ଥୀମାନଙ୍କ ନାମାଙ୍କନ ଦାଖଲ ଓ କାଗଜପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଥିବା ବେଳେ ଶନିବାର ଦିନ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ସମୟ ଧାର୍ଯ୍ୟ କରାଯାଇଛି।
