ଭୁବନେଶ୍ବର : ଆସୁଛି ଆଉ ଏକ ଲଘୁଚାପ । ୨୨ରୁ ୨୭ ତାରିଖ ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭବନା । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଜି ରାଜ୍ୟର ସ୍ଥାନେ ସ୍ଥାନେ ବର୍ଷା ଦେଖିବାକୁ ମିଳିଛି । ଆଜି ଭିଜିଛି ରାଜଧାନୀ ଭୁବନେଶ୍ବର । ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଛି । ଆଉ ତିନି ଦିନ ରାଜ୍ୟର କାଁ ଭାଁ ସ୍ଥାନରେ ବର୍ଷା ହେବ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି ।
ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସେଥିପାଇଁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆଜି ୧୦ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ । କଟକ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ଜାରି ହୋଇଛି ୱାର୍ଣ୍ଣିଂ । ସେହିପରି ଆସନ୍ତାକାଲି ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୮ ତାରିଖରେ ମଧ୍ୟ ଦକ୍ଷିଣ ଓଡ଼ିଶାର ୩ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ରହିଛି ।
