ବାତ୍ୟା ପରିସ୍ଥିତିରେ ତତକ୍ଷଣାତ୍ ରିଷ୍ଟୋରେସନ୍ ପାଇଁ ସମସ୍ତ ଇଞ୍ଜିନିୟରିଂ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ବିଶେଷକରି ରାସ୍ତାଘାଟରେ ପଡ଼ି ଅବରୋଧ ସୃଷ୍ଟି କରୁଥିବା ଗଛଗୁଡ଼ିକୁ ତୁରନ୍ତ ହଟାଇବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି କରାଯାଇଛି ବୋଲି ଜଣାଯାଇଛି। ଅମଳ ସମୟ ପାଖେଇ ଆସୁଥିବାରୁ, ଚାଷୀ ଭାଇମାନଙ୍କୁ ଆଗୁଆ ସତର୍କ କରି ଫସଲ କାଟି ସୁରକ୍ଷିତ କରି ରଖିବା ପାଇଁ ସଚେତନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ରାଜ୍ୟ ସରକାରଙ୍କ ସମସ୍ତ ସମ୍ପୃକ୍ତ ବିଭାଗ ସମନ୍ୱୟ ରକ୍ଷା କରି Whole of Government Approach ରେ ବାତ୍ୟା ମୁକାବିଲା କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।ଏହି ସମୀକ୍ଷା ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଅଗ୍ନିସେବା ଡିଜି, ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଶକ୍ତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳସମ୍ପଦ ବିଭାଗ ପ୍ରମୁଖ ଶାସନ ସଚିବ, ସ୍ୱାସ୍ଥ୍ୟ ସଚିବ, ଏସ.ଆର୍.ସି. ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
