ବନ୍ୟା ପରିସ୍ଥିତିର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଓଡ୍ରାଫ୍, ଏନ୍ଡିଆରଏଫ୍ ଓ ଅଗ୍ନିଶମ ବାହିନୀର ଟିମ୍ ସଂଖ୍ୟା ବୃଦ୍ଧି କରାଯାଇଛି। ବର୍ତ୍ତମାନ ୫୨ଟି ଓଡ୍ରାଫ୍ ଟିମ୍, ୫ଟି ଏନ୍ଡିଆରଏଫ୍ ଟିମ୍ ଓ ୪୫ଟି ଅଗ୍ନିଶମ ଟିମ୍ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଏହା ସହିତ ସରକାରଙ୍କ ୧୬ଟି ବୋଟ୍ ଓ ୨୫ଟି ଘରୋଇ ବୋଟ୍ ମଧ୍ୟ ଉଦ୍ଧାର କାର୍ଯ୍ୟରେ ଲାଗିଛି।
ବନ୍ୟା ପ୍ରଭାବିତ ଅଞ୍ଚଳରେ ଫସିଥିବା ଲୋକଙ୍କୁ ଉଦ୍ଧାର କରିବା ସହ ରିଲିଫ୍ ଓ ଆବଶ୍ୟକୀୟ ସହାୟତା ଯୋଗାଇଦେବା ଉପରେ ପ୍ରଶାସନ ଗୁରୁତ୍ୱ ଦେଉଛି। ପରିସ୍ଥିତି ଉପରେ ନଜର ରଖାଯାଇଥିବାବେଳେ ଉଦ୍ଧାରକାରୀ ଦଳଗୁଡ଼ିକୁ ସଜାଗ ରଖାଯାଇଛି।
