ବାତ୍ୟା ଅକଭାନ ପାଇଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

୧୧

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପାଇଁ ଖୋର୍ଦ୍ଧା ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ । ଆଜିଠାରୁ ନଭେମ୍ବର ୨୩ତାରିଖ ପର୍ଯ୍ୟନ୍ତ ମୁଖ୍ୟାଳୟ ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି । ବାତ୍ୟା ଅକଭାନକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀ ମାନଙ୍କ ଛୁଟି ବାତିଲ କରାଯାଇଛି । ବିନା ଅନୁମତିରେ ସେମାନଙ୍କୁ ମୁଖ୍ୟାଳୟ ନ ଛାଡ଼ିବା ପାଇଁ ଜିଲ୍ଲାପାଳ ଅମ୍ରିତ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଯେଉଁ ଅଧିକାରୀ ଛୁଟି କିମ୍ବା ମୁଖ୍ୟାଳୟ ଛାଡ଼ିବା ଅନୁମତି ନେଇଛନ୍ତି ଏହାକୁ ବାତିଲ କରାଯାଇଛି । ତୁରନ୍ତ କାର୍ଯ୍ୟରେ ଯୋଗ ଦେବାପାଇଁ ନିର୍ଦ୍ଦେଶ ଦିଆଯାଇଛି । ଆଜିଠୁ ୨୩ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି ।

Share