ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ତାଙ୍କ ବିରୋଧରେ ଦୁର୍ନୀତି ନିବାରଣ ଆଇନ (Prevention of Corruption Act) ଏବଂ ଆଇପିସିର ବିଭିନ୍ନ ଦଫାରେ ମାମଲା ରୁଜୁ କରାଯାଇ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି।
ଭୁବନେଶ୍ୱର: ବାର୍ଦ୍ଧକ୍ୟ ଭତ୍ତା ଆତ୍ମସାତ୍ କରିବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ବିଭାଗ ଶନିବାର ଦିନ କୋରାପୁଟ ଜିଲ୍ଲାର ଜଣେ ପୂର୍ବତନ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (PEO)ଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ୍ ଅନ୍ତର୍ଗତ ଖୁର୍ଜି ଗ୍ରାମ ପଞ୍ଚାୟତର ପୂର୍ବତନ ପିଇଓ (PEO) ଆଦିତ୍ୟ ଚୋପାଡ଼ି ବୋଲି ଜଣାପଡିଛି।
